Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ କର୍କଟ ବିଭାଗରେ ବିରଳ ଅସ୍ତ୍ରୋପଚାର: ମହିଳାଙ୍କ ପେଟରୁ ବାହାରିଲା ୧୦ କେଜିର ଟ୍ୟୁମର
ଆଜିର ଖବର

ସମ୍ କର୍କଟ ବିଭାଗରେ ବିରଳ ଅସ୍ତ୍ରୋପଚାର: ମହିଳାଙ୍କ ପେଟରୁ ବାହାରିଲା ୧୦ କେଜିର ଟ୍ୟୁମର

January 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜଣେ ମହିଳାଙ୍କ ପେଟରୁ ୧୦.୫ କେଜି ଓଜନର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ସର୍ଜନ। କଳାହାଣ୍ଡି ଅଂଚଳର ୫୦ ବର୍ଷିୀୟା ମହିଳାଙ୍କ ପେଟରେ ଏହି ଟ୍ୟୁମର ସୃଷ୍ଟି ହୋଇଥିବା ବେଳେ ସଫଳତାର ସହ ଏହାକୁ ବାହାର କରିପାରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ସର୍ଜିକାଲ ଅଙ୍କୋଲୋଜି ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ସଂଗ୍ରାମ କେଶରୀ ପଣ୍ଡା ଓ ତାଙ୍କ ଟିମ୍।

ଦୀର୍ଘ ଦୁଇ ବର୍ଷ ଧରି ମହିଳା ଜଣଙ୍କର ପେଟ ଅସ୍ୱାଭାବିକ ଭାବେ ଫୁଲି ରହିଥିବା ବେଳେ ସେ ଠିକ୍ ଭାବରେ ଚଲାବୁଲା ମଧ୍ୟ କରି ପାରୁନଥିଲେ। ଅନେକ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ଯାଇ ନିରାଶ ହେବା ପରେ ଶେଷରେ ସମ୍‌ ହସ୍ପିଟାଲକୁ ଆସି ଡାକ୍ତର ପଣ୍ଡାଙ୍କ ନିକଟରେ ଏହି ମହିଳା ଜଣକ ଚିକିତ୍ସା ଆରମ୍ଭ କରିଥିଲେ।

ବିଭିନ୍ନ ପରୀକ୍ଷାନିରୀକ୍ଷା ପରେ ମହିଳା ଜଣକ କର୍କଟ ରୋଗରେ ପୀଡିତ ଥିବାର ଜଣାପଡିଥିଲା ଏବଂ ତାଙ୍କ ତଳିପେଟରେ ଏକ ବଡ ଟ୍ୟୁମର ସୃଷ୍ଟି ହୋଇଥିବା ଜଣାପଡିଥିଲା। ଏପରି ସମସ୍ୟାକୁ ଲିୟୋମାୟୋସାରକୋମା କୁହାଯାଏ ବୋଲି ଡାକ୍ତର ପଣ୍ଡା କହିଛନ୍ତି।

ଏହା ଏକ ବଡ ଟ୍ୟୁମର ଥିଲା ଏବଂ ପେଟ ଭିତରେ ଅନ୍ୟ ଅଙ୍ଗ ଗୁଡିକ ସହ ମଧ୍ୟ ଏହା ଯୋଡ଼ି ହୋଇ ରହିଥଲା। ତେଣୁ ଟ୍ୟୁମରଟିକୁ ଅନ୍ୟ ଅଙ୍ଗ ଗୁଡିକ ଠାରୁ ଅଲଗା କରି ଅସ୍ତ୍ରୋପଚାର ଜରିଆରେ ବାହାର କରିବା ଖୁବ୍‌ କଷ୍ଟକର ଥିଲା। ତେବୁ ଅତ୍ୟନ୍ତ ଯତ୍ନ ଓ ସତର୍କତାର ସହ ଏହି ଅସ୍ତ୍ରୋପଚାର କରାଯାଇଥିଲା ବୋଲି ଡାକ୍ତର ପଣ୍ଡା କହିଛନ୍ତି।

ଏଭଳି ସମସ୍ୟା ଆରମ୍ଭରୁ ଜଣାପଡେ ନାହିଁ ଏବଂ ପରବର୍ତୀ ଅବସ୍ଥାରେ ଏହା ଗୁରୁତର ହୋଇ ଉଠିଥାଏ। ତେଣୁ ଆମେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ କରିଛୁ ଏବଂ ରୋଗୀ ଜଣକ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ଡାକ୍ତର ପଣ୍ଡା କହିଛନ୍ତି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଅସ୍ତ୍ରୋପଚାର କରାଯାଇଛି। ଡାକ୍ତର ପଣ୍ଡାଙ୍କ ସମେତ ଅସ୍ତ୍ରୋପଚାର ଟିମରେ ନିଶ୍ଚେତକ ବିଭାଗର ମୁଖ୍ୟ ପ୍ରଫେସର ଶାଶ୍ୱତ ପଟ୍ଟନାୟକ ଓ ସର୍ଜିକାଲ ଅଙ୍କୋଲୋଜି ବିଭାଗର ଡାକ୍ତର ସି. ପ୍ରଥମେଶ ଏବଂ ଡାକ୍ତର କେ. ବିକାଶ ପ୍ରମୁଖ ସାମିଲ୍ ଥିଲେ।

ଟ୍ୟୁମର ବିରଳ ଅସ୍ତ୍ରୋପଚାର ସମ୍‌ ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026
Latest News

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.