ଗତକାଲି ଠାରୁ ଆଜି ଆଉ ୪ ହଜାର ୧୭୧ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୫୨୫

Published: Jan 23, 2022, 10:16 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୩୭ ହଜାର ୭୦୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୩୩ ହଜାର ୫୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୫୨୫ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୫୯ ହଜାର ୧୬୮ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୯୬ ଲକ୍ଷ ୬୫ ହଜାର ୯୮୮ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୯ ହଜାର ୪୦୯ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୬୫ ଲକ୍ଷ ୬୦ ହଜାର ୬୫୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୧ ଲକ୍ଷ ୮୭ ହଜାରକୁ ୨୦୫ ବୃଦ୍ଧି ପାଇଛି।

Related posts