Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କୁ ବିଧାନସଭା ପକ୍ଷରୁ ସଶ୍ରଦ୍ଧ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କୁ ବିଧାନସଭା ପକ୍ଷରୁ ସଶ୍ରଦ୍ଧ ଶ୍ରଦ୍ଧାଞ୍ଜଳି

January 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କୁ ବିଧାନସଭା ପକ୍ଷରୁ ସଶ୍ରଦ୍ଧ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଚିରବିପ୍ଳବୀ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପ୍ରଥମ ଭାରତୀୟ ସ୍ୱାଧୀନତା ସଂଗ୍ରାମର ମହାନ ଯୋଦ୍ଧା ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ବିଧାନସଭା ପକ୍ଷରୁ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ତାଙ୍କର ସ୍ମୃତି ପ୍ରତି ଗଭୀର ଓ ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେଇ ବୀର ସୁରେନ୍ଦ୍ର ସାଏଙ୍କୁ ଏକ ଅନବଦ୍ୟ ଅନିର୍ବାଣ ଶିଖା ରୂପେ ବର୍ଣ୍ଣନା କରି ସ୍ୱାଧୀନତା ସଂଗ୍ରାମରେ ତାଙ୍କର ମହନୀୟ ଅବଦାନ ଥିବା ସ୍ମରଣ କରିଛନ୍ତି । କୃତଜ୍ଞ ଓଡ଼ିଆ ଜାତି ତାଙ୍କୁ ଚିରଦିନ ପାଇଁ ମନେ ରଖିଥିବ ବୋଲି ସେ ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମକୁ ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରୁଖୁରୁରେ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାନସଭା ଉପଶାସନ ସଚିବ ଶିଶିରକାନ୍ତ ସ୍ୱାଇଁ, ବିଧାନସଭା ନିରାପତ୍ତା ଅଧିକାରୀ ଗୋପାଳ କୃଷ୍ଣ ପ୍ରଧାନ, ବାଚସ୍ପତିଙ୍କ ମାର୍ଶାଲ ଦେବାଶିଷ ପ୍ରଧାନ, ଉପନିର୍ଦ୍ଦେଶକ ସୂଚନା ଓ ଲୋକସଂପର୍କ ବିଭାଗ ସନ୍ତୋଷ କୁମାର ଦାସ, ବାଚସ୍ପତିଙ୍କ ଲୋକସଂପର୍କ ଅଧିକାରୀ ଭୂଜଙ୍ଗ ରାଓ ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ବିଧାନସଭା ଯୁଗ୍ମ ନିର୍ଦ୍ଦେଶକ ଶିବ ପ୍ରସାଦ ପଟ୍ଟନାୟକ । ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ଶାଶ୍ୱତୀ ପକ୍ଷରୁ ଦେଶତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା ।

ଡ. ସୂର୍ଯ୍ୟନାରାୟଣ ପାତ୍ର ବୀର ସୁରେନ୍ଦ୍ର ସାଏ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026

ବିଆଇଏସ୍‌ ମାନକ ଅନୁପାଳନ ନକରିବାରୁ ସ୍ନାପଡିଲ୍‌କୁ ୫ ଲକ୍ଷ ଜରିମାନା

February 17, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜିଓ ପାଭିଲିଅନ୍ ପରିଦର୍ଶନ

February 17, 2026
Latest News

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026

ରୋମାଞ୍ଚକର ସ୍ଥିତିରେ ଟି ୨୦ ବିଶ୍ୱକପ୍‌: ଏହି ପାଞ୍ଚଟି ଦଳ ଉପରେ ଝୁଲୁଛି ଖଣ୍ଡା

February 17, 2026

ବିଆଇଏସ୍‌ ମାନକ ଅନୁପାଳନ ନକରିବାରୁ ସ୍ନାପଡିଲ୍‌କୁ ୫ ଲକ୍ଷ ଜରିମାନା

February 17, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜିଓ ପାଭିଲିଅନ୍ ପରିଦର୍ଶନ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.