ଆଜି ୩ ଲକ୍ଷରୁ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୬୧୪

Published: Jan 25, 2022, 10:41 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୩୩ ହଜାର ୪୩୯ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୫୫ ହଜାର ୮୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୬୧୪ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୬୭ ହଜାର ୭୫୩ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୯୭ ଲକ୍ଷ ୯୯ ହଜାର ୨୦୨ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୦ ହଜାର ୪୬୨ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୭୦ ଲକ୍ଷ ୭୧ ହଜାର ୮୯୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୩୬ ହଜାରକୁ ୮୪୨ ବୃଦ୍ଧି ପାଇଛି।

Related posts