ଆଜି ୨ ଲକ୍ଷ ୮୫ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୬୬୫

Published: Jan 26, 2022, 10:32 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୫୫ ହଜାର ୮୭୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୮୫ ହଜାର ୯୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୬୬୫ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୯୯ ହଜାର ୭୩ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୮୫ ହଜାର ୧୧୬ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୧ ହଜାର ୧୨୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୭୩ ଲକ୍ଷ ୭୦ ହଜାର ୯୭୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୨୩ ହଜାରକୁ ୧୮ ବୃଦ୍ଧି ପାଇଛି।

Related posts