ଆଜି ୨ ଲକ୍ଷ ୫୧ ହଜାର ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢାଉଛି କରୋନାଜନିତ ମୃତ୍ୟୁ

Published: Jan 28, 2022, 10:59 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୮୬ ହଜାର ୩୮୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୫୧ ହଜାର ୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୬୨୭ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୬ ହଜାର ୩୫୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୬ ଲକ୍ଷ ୨୨ ହଜାର ୭୦୯ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୨ ହଜାର ୩୨୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୮୦ ଲକ୍ଷ ୨୪ ହଜାର ୭୭୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୧ ଲକ୍ଷ ୫ ହଜାରକୁ ୬୧୧ ବୃଦ୍ଧି ପାଇଛି।

Related posts