ଆଜି ରାଜ୍ୟରେ ୧୫ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୫୭୫କୁ ବୃଦ୍ଧି

Published: Jan 29, 2022, 11:40 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୧୫ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୫୭୫ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ, କଟକ, କେନ୍ଦ୍ରାପଡା, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ପୁରୀ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୧ ହଜାର ୬୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୭୩ ହଜାର ୯୦୭ ଏବଂ ବର୍ତ୍ତମାନ ୫୮ ହଜାର ୫୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts