ଦେଶରେ ଆଜି ୨ ଲକ୍ଷ ୩୪ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କିନ୍ତୁ କରୋନାଜନିତ ମୃତ୍ୟୁ ୮୯୩

Published: Jan 30, 2022, 10:43 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୩୫ ହଜାର ୫୩୨ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୩୪ ହଜାର ୨୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୮୯୩ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୩୨ ହଜାର ୭୮୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୧୦ ଲକ୍ଷ ୯୨ ହଜାର ୫୨୨ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୪ ହଜାର ୯୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୮୭ ଲକ୍ଷ ୧୩ ହଜାର ୪୯୪ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୮ ଲକ୍ଷ ୮୪ ହଜାରକୁ ୯୩୭ ବୃଦ୍ଧି ପାଇଛି।

Related posts