Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସଂଗ୍ରହାଳୟରେ ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି ପାଳନ
ଆଜିର ଖବର

ରାଜ୍ୟ ସଂଗ୍ରହାଳୟରେ ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି ପାଳନ

January 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସଂଗ୍ରହାଳୟରେ ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି ଏବଂ ଶହୀଦ ଦିବସ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜି ଶହୀଦ ଦିବସ ଏବଂ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ଭର୍ଚୁଆଲ୍‌ ମାଧ୍ୟମରେ ଯୋଗଦେଇଥିବା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ରଂଜନ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବାବେଳେ ସମ୍ମାନିତ ବକ୍ତା ଭାବେ ଡ. ପ୍ରୀତିଶ ଆଚାର୍ଯ୍ୟ, ଡ. ନିହାର ରଂଜନ ପଟ୍ଟନାୟକ, ଡ. ଦାଶ ବେନ୍‌ହୁର, ଡ. ପ୍ରହ୍ଲାଦ ସିହ୍ନା ଯୋଗଦାନ କରି ଶହୀଦ ଦିବସର ତାତ୍ପର୍ଯ୍ୟ ଏବଂ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନ ସଂପର୍କିତ ତଥ୍ୟ ଓ ବକ୍ତବ୍ୟ ଉପସ୍ଥାପନ କରିଥିଲେ ।

ଏହି ଅବସରରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଗାନ୍ଧୀ ଗ୍ୟାଲେରୀର ଉଦ୍‌ଘାଟନ ସହ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଗାନ୍ଧିଜୀଙ୍କ ସଂପର୍କିତ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ କରାଯାଇଛି । ଏଥି ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢ଼ୀଙ୍କ ଦ୍ୱାରା ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଦ୍ୱାରା ପ୍ରସ୍ତୁତ ଗାନ୍ଧୀଭିତ୍ତିକ କଫି ଟେବୁଲ ପୁସ୍ତକ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ସ୍ୱତନ୍ତ୍ର ଗାନ୍ଧୀ ବିଶେଷାଙ୍କ କୋଣାର୍କ ପତି୍ରକା ମଧ୍ୟ ଉନ୍ମୋଚିତ ହୋଇଥିଲା । ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଶ୍ରୀ ପ୍ରବୋଧ କୁମାର ରାଉତ କୋଣାର୍କ ପତି୍ରକା ସଂପର୍କିତ ସଂକ୍ଷିପ୍ତ ସୂଚନା ପ୍ରଦାନ କରିଥିଲେ ଏବଂ ଓଡ଼ିଶା ଲଳିତ କଳା ଏକାଡେମୀର ସଚିବ ଶ୍ରୀ ପଞ୍ଚାନନ ସାମଲ ଗାନ୍ଧୀ ଚିତ୍ରକଳା ପ୍ରଦର୍ଶନୀ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ଏଥି ସହିତ ଗାନ୍ଧିଜୀଙ୍କ ଜୀବନୀ ଆଧାରିତ ଗଟ୍ଟଞ୍ଚry Teଝଝinଜ୍ଜ ଈ.ଉ.ର ଉନ୍ମୋଚନ କରାଯାଇଥିଲା ।

ପ୍ରାରମ୍ଭରେ ସଂଗ୍ରହାଳୟର ଉଦ୍ୟାନ ପରିସରରେ ଏକ ନୀରବ ପ୍ରାର୍ଥନା ସହିତ ସଂଗୀତ ଶିଳ୍ପୀ ଅନିନ୍ଦିତା ଦାସଙ୍କ ନିର୍ଦ୍ଦେଶନାରେ ସଦ୍‌ଭାବନା ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା । ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମଧୁମିତା ମହାନ୍ତି ସଂଯୋଜନା କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ଫେସ୍‌ବୁକ୍‌ ଓ ୟୁଟୁ୍ୟବ୍‌ ଚାନେଲ୍‌ରେ ସିଧା ପ୍ରସାରଣ କରାଯାଇଥିଲା ।

gandhi ଜାତିର ପିତା ମହାତ୍ମା ଗାନ୍ଧୀ ମହାତ୍ମା ଗାନ୍ଧି ମହାତ୍ମା ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026
Latest News

ରାଜ୍ୟସଭାର ଏହି ପଦବୀରୁ ହଟିବେ ରାଘବ ଚଢା: ବଡ଼ ପଦକ୍ଷେପ ନେଲା ‘ଆପ’

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.