ଦେଶରେ ଆଜି ୨ ଲକ୍ଷ ତଳକୁ ଖସିଲା କରୋନା ଆକ୍ରାନ୍ତ, କିନ୍ତୁ କରୋନାଜନିତ ମୃତ୍ୟୁରେ ବଡ ବୃଦ୍ଧି

Published: Feb 1, 2022, 11:16 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୦୯ ହଜାର ୯୧୮ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୧ ଲକ୍ଷ ୬୭ ହଜାର ୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୧୧୯୨ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୫୪ ହଜାର ୭୬ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୧୪ ଲକ୍ଷ ୬୯ ହଜାର ୪୯୯ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୫ ହଜାର ୨୮୩ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୯୨ ଲକ୍ଷ ୩୦ ହଜାର ୧୯୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୭ ଲକ୍ଷ ୪୩ ହଜାରକୁ ୫୯ ବୃଦ୍ଧି ପାଇଛି।

Related posts