Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୀଳାଚଳ ଟାଟାକୁ ବିକ୍ରି ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଦାୟୀ: କେନ୍ଦ୍ରୀୟ ଶ୍ରମିକ ସଂଗଠନ ମଳିତ ମଞ୍ଚ
ଆଜିର ଖବର

ନୀଳାଚଳ ଟାଟାକୁ ବିକ୍ରି ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଦାୟୀ: କେନ୍ଦ୍ରୀୟ ଶ୍ରମିକ ସଂଗଠନ ମଳିତ ମଞ୍ଚ

February 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୮ ଗୋଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଏକ ଜରୁରୀକାଳୀନ ବୈଠକ ଆଇଏନ୍‌ଟିୟୁସି କାର୍ଯ୍ୟାଳୟଠରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ, ଟିୟୁସିସି, ସେୱା ଓ ଏଲ୍‌ପିଏଫ୍‌ର ଶ୍ରମିକ ନେତାମାନେ ନୀଳାଚଳ ଇସ୍ପାତ କାରଖାନାକୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଟାଟାକୁ ବିକ୍ରି କରିବାରେ ଦାୟୀ ବୋଲି ମତପ୍ରକାଶ କରିଛନ୍ତି। ନୀଳାଚଳ ଇସ୍ପାତର ସମ୍ପତ୍ତିକୁ ସଠିକ୍ ମୂଲ୍ୟାୟନ ନକରି ଶାଗମାଛ ଦରରେ ଟାଟାକୁ ୧୨ ହଜାର ୧୦୦କୋଟି ଟଙ୍କାରେ ବିକ୍ରି କରିବା ଏକ ଚଞ୍ଚକତା ବୋଲି ଶ୍ରମିକ ନେତାମାନେ କ୍ଷୋଭପ୍ରକାଶ କରିଛନ୍ତି।

ସରକାର ଶ୍ରମିକମାନଙ୍କ ସହିତ କୌଣସି ଆଲୋଚନା ନକରି ବିକ୍ରି କରିବା ଏକ ଲଜ୍ଜାଜନକ କଥା। ନୀଳାଚଳ ଇସ୍ପାତକୁ ରାଉରକେଲା ଷ୍ଟିଲପ୍ଲାଣ୍ଟ ସହିତ ମିଶାଇ ଏତେବଡ଼ କାରଖାନାକୁ ପୁର୍ନଜୀବିତ କରାଯାଇ ପାରିଥାନ୍ତା। ଏହା ନକରି କର୍ପୋରେଟମାନଙ୍କ ସ୍ୱାର୍ଥରେ ଉଭୟ ସରକାର ସାଲିସ୍ କରିଛନ୍ତି ଓ ଏହାକୁ ୮ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଦୃଢ ନିନ୍ଦା କରିଛନ୍ତି। ସେମାନେ କହିଛନ୍ତି ଯେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଘରୋଇକରଣରୁ ଦୂରେଇ ରହି ରାଜ୍ୟ ସରକାର ଏହାକୁ ୩୯ ପ୍ରତିଶତ ଅଂଶଧନରେ ଚଳାଇଥାନ୍ତେ, ଓଡ଼ିଶାର ବହୁ ବେକାରୀ ଯୁବକ ନିଯୁକ୍ତିର ସୁଯୋଗ ପାଇଥାନ୍ତେି।

ଏହି ବୈଠକରେ ଆଇଏନ୍‌ଟିୟୁସିର ସଭାପତି ପାକ୍ତନ ସାଂସଦ ରାମଚନ୍ଦ୍ର ଖୁଣ୍ଟିଆ, ଏଆଇଟିୟୁସିର ରାମକୃଷ୍ଣ ପଣ୍ଡା, ଏଚ୍‌ଏମ୍‌ଏସ୍‌ର ସଭାପତି କୃଷ୍ଣଚନ୍ଦ୍ର ପାତ୍ର, ସିଟୁର ସଭାପତି ଜନାର୍ଦ୍ଦନ ପତି, ଏଆଇୟୁଟିୟୁସିର ନିରଞ୍ଜନ ମହାନ୍ତି, ଏଆସିସିଟିୟୁର ସଧାରଣ ସମ୍ପାଦକ ମହେନ୍ଦ୍ର ପରିଡ଼ା, ଟିୟୁସିସିର ନେତା ଜ୍ୟୋତିରଞ୍ଜନ ମହାପାତ୍ର, ଏଲ୍‌ପିଏଫ୍‌ର ସଭାପତି ବିି.ପି. ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଏଆଇଟିୟୁସି କେନ୍ଦ୍ରୀୟ ଶ୍ରମିକ ସଂଗଠନ ସିଟୁ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.