
ଭୁବନେଶ୍ଵର: ଆଜି ରାଜ୍ୟରେ ୨୨ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୭୧୧ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭, ସୁନ୍ଦରଗଡରୁ ୩ ଜଣ, କଟକରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨, ସୋନପୁର, ନବରଙ୍ଗପୁର, ନୟାଗଡ, ବୈଦ୍ଧ, ଜଗତସିଂହପୁର, ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୪ ହଜାର ୭୦୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୮ ହଜାର ୯୭୬ ଏବଂ ବର୍ତ୍ତମାନ ୨୬ ହଜାର ୯୬୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।