ଆଜି ରାଜ୍ୟରେ ୨୩ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୭୩୪ କୁ ବୃଦ୍ଧି

Published: Feb 6, 2022, 12:58 pm IST

ଭୁବନେଶ୍ଵର: ଆଜି ରାଜ୍ୟରେ ୨୩ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୭୩୪ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୯, ପୁରୀରୁ ୩ ଜଣ, କୋରାପୁଟ ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ, ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୬ ହଜାର ୮୧୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୪ ହଜାର ୯୭୬ ଏବଂ ବର୍ତ୍ତମାନ ୨୩ ହଜାର ୬୭୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts