ପୁଣିଥରେ ରାଜ୍ୟ ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ: ୫ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

Published: Feb 8, 2022, 1:21 pm IST

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଆଉ ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଜି ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତିଗ୍ରସ୍ତ ଏବଂ ଅପରାଗତ କାରଣରୁ ଏହି ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବାଲିକୁଦା ବ୍ଲକ ସିଡିପିଓ ସରଳା ଦେଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା, କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ, ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସ, ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୫ ଜଣଙ୍କୁ ମିଶାଇ ରାଜ୍ୟ ସରକାର ଏପର୍ଯ୍ୟନ୍ତ ୧୪୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Related posts