ଆଜି ରାଜ୍ୟରେ ୨୨ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୭୯୭ କୁ ବୃଦ୍ଧି

Published: Feb 9, 2022, 10:04 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୨୨ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୭୯୭ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ତନ୍ମଧ୍ୟରୁ କେବଳ ରାଜଧାନୀ ଭୁବନେଶ୍ଵରରୁ ୧୧ ଜଣ ଏବଂ ଅନୁଗୁଳ ଜିଲ୍ଲାରୁ  ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ବଲାଙ୍ଗୀରି, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, ମୟୂରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୧ ହଜାର ୫୨୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୫ ହଜାର ୨୬ ଏବଂ ବର୍ତ୍ତମାନ ୧୭ ହଜାର ୬୪୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts