ଦେଶରେ କମୁଛି ସକ୍ରିୟ ଆକ୍ରାନ୍ତ ସଂଖ୍ୟା, କିନ୍ତୁ ଚିନ୍ତା ବଢାଉଛି କୋରୋନଜନିତ ମୃତ୍ୟୁ

Published: Feb 9, 2022, 10:17 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୬୭ ହଜାର ୫୯୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୭୧ ହଜାର ୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୧୧୮୮ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୨୧୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୩୦ ହଜାର ୮୧୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୪ ଲକ୍ଷ ୧୦ ହଜାର ୯୭୬ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୫ ହଜାର ୨୭୯ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୧୦ ଲକ୍ଷ ୧୨ ହଜାର ୮୬୯ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୮ ଲକ୍ଷ ୯୨ ହଜାରକୁ ୮୨୮ ବୃଦ୍ଧି ପାଇଛି।

Related posts