ଆଜି ରାଜ୍ୟରେ ଆଉ ୨୧ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୮୧୮ କୁ ବୃଦ୍ଧି

Published: Feb 10, 2022, 10:01 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୨୧ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୧ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୮୧୮ ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା, ଭଦ୍ରକ, ଗଞ୍ଜାମ ଜିଲ୍ଲାରୁ  ୨ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ବାଲେଶ୍ଵର, ସମ୍ବଲପୁର ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୩ ହଜାର ୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୮ ହଜାର ୧୫୨ ଏବଂ ବର୍ତ୍ତମାନ ୧୫ ହଜାର ୯୮୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts