ଆଜି ରାଜ୍ୟରେ ଆଉ ୨୦ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୮୩୮ କୁ ବୃଦ୍ଧି

Published: Feb 11, 2022, 10:55 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୨୦ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୦ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୮୩୮ ଜଣଙ୍କ ମୃତ୍ୟୁ ହୋଇଛି। ଯାଜପୁର ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ଵର, କେନ୍ଦ୍ରପଡା, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ମୟୂରଭଞ୍ଜ ଜିଲ୍ଲା ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, ନବରଂଗପୁର ଏବଂ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୫୭୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୧ ହଜାର ୪୩୧ ଏବଂ ବର୍ତ୍ତମାନ ୧୪ ହଜାର ୨୫୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts