ଦେଶରେ ୫୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ୮୦୪

Published: Feb 12, 2022, 11:14 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୫୮ ହଜାର ୭୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୫୦ ହଜାର ୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୬୫୭ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୮୦୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୩୬ ହଜାର ୯୬୨ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୫ ଲକ୍ଷ ୮୬ ହଜାର ୫୪୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୭ ହଜାର ୯୮୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୧୪ ଲକ୍ଷ ୬୮ ହଜାର ୧୨୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୧୦ ହଜାରକୁ ୪୪୩ ବୃଦ୍ଧି ପାଇଛି।

Related posts