ଆଜି ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୮୮୪ କୁ ବୃଦ୍ଧି

Published: Feb 13, 2022, 10:57 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୨୨ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୮୮୪ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ଵର ଜିଲ୍ଲାରୁ ସର୍ବାଧିକ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଏବଂ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୨୬୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୫ ହଜାର ୯୯୫ ଏବଂ ବର୍ତ୍ତମାନ ୧୨ ହଜାର ୩୩୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts