ନୂଆଦିଲ୍ଲୀ: ଗତକାଲି ଦେଶରେ ୫୦ ହଜାର ୪୦୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୪୪ ହଜାର ୮୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୮୦୪ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୬୮୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୬ ଲକ୍ଷ ୩୧ ହଜାର ୪୧୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୮ ହଜାର ୬୬୫ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।
ତେବେ ଏପର୍ଯ୍ୟନ୍ତ ୪ କୋଟି ୧୫ ଲକ୍ଷ ୮୫ ହଜାର ୭୧୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୫ ଲକ୍ଷ ୩୭ ହଜାରକୁ ୪୫ ବୃଦ୍ଧି ପାଇଛି।