ନୂଆଦିଲ୍ଲୀ: ଗତକାଲି ଦେଶରେ ୪୪ ହଜାର ୮୭୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩୪ ହଜାର ୧୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୬୮୪ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୩୪୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୬ ଲକ୍ଷ ୬୫ ହଜାର ୫୩୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୯ ହଜାର ୧୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।
ଗତ ୨୪ ଘଣ୍ଟାରେ ୯୧ ହଜାର ୯୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୧୬ ଲକ୍ଷ ୭୭ ହଜାର ୬୪୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୪ ଲକ୍ଷ ୭୮ ହଜାରକୁ ୮୮୨ ବୃଦ୍ଧି ପାଇଛି।
Tags: କୋରୋନଜନିତ ମୃତ୍ୟୁ, ନୂଆ ମାମଲା