ଆଜି ରାଜ୍ୟରେ ଆଉ ୨୦ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୯୦୪ କୁ ବୃଦ୍ଧି

Published: Feb 14, 2022, 11:17 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୨୦ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୨୦ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୯୦୪ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ଵର ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଯାଜପୁର ଜିଲ୍ଲାରୁ ୪ ଜଣ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡା ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୧୨୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୭ ହଜାର ୮୪୦ ଏବଂ ବର୍ତ୍ତମାନ ୧୧ ହଜାର ୩୨୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts