ଆଜି ରାଜ୍ୟରେ ଆଉ ୧୯ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୯୪୫ କୁ ବୃଦ୍ଧି

Published: Feb 16, 2022, 10:50 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୧୯ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୯୪୫ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ଵର ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା  ଜିଲ୍ଲାରୁ ୫ ଜଣ ଓ ନୂଆପଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଗଞ୍ଜାମ, କେନ୍ଦୁଝର, ନୟାଗଡ, ସୋନପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୮୯୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୧ ହଜାର ୪୬୭ ଏବଂ ବର୍ତ୍ତମାନ ୯ ହଜାର ୪୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts