ଆଜି ରାଜ୍ୟରେ ଆଉ ୧୬ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୯୬୧ କୁ ବୃଦ୍ଧି

Published: Feb 17, 2022, 10:29 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୧୬ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୬ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୯୬୧ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଭଦ୍ରକ, କଟକ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଆକ୍ରାନ୍ତ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିଭଳି ବଲାଙ୍ଗୀରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୭୮୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୩ ହଜାର ୧୦୬ ଏବଂ ବର୍ତ୍ତମାନ ୮ ହଜାର ୬୬୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts