Panchayat Election: ଦିନ ୧୨ଟା ସୁଦ୍ଧା ୪୩ ପ୍ରତିଶତ ମତଦାନ

Published: Feb 18, 2022, 12:47 pm IST

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣରେ ଆଜି ଦିନ ୧୨ଟା ସୁଦ୍ଧା ୪୩ ପ୍ରତିଶତ ମତଦାନ ହୋଇଛି। ଏହି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର। ଆଜି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ଆଜି ୩୦ଟି ଜିଲ୍ଲାର ୬୮ଟି ବ୍ଲକରେ ଏହି ନିର୍ବାଚନ ହେଉଛି।

ଏଥିରେ ୧୮୬ଟି ଜିଲ୍ଲା ପରିଷଦ ନିର୍ବାଚନ ହେଉଛି। ଏଥିରେ ୭୪୭ ଜଣ ପ୍ରାର୍ଥୀ ଲଢେଇରେ ସାମିଲ ହୋଇଛନ୍ତି।ଏଥିସହିତ ଆଜି ୧ ହଜାର ୫୧୪ଟି ପଞ୍ଚାୟତରେ ନିର୍ବାଚନ ହେବ। ଏଥିପାଇଁ ୨୦ ହଜାର ୪୩୬ଟି ବୁଥର ବନ୍ଦୋବସ୍ତ କରାଯାଇଛି। ଏହି ଗଣତନ୍ତ୍ର ପର୍ବର ଦ୍ବିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ୯୩୮ ଜଣ ଭୋଟର ସେମାନଙ୍କ ମତାଧିକାର ସାବସ୍ୟ କରିବେ।

Related posts