ଆଜି ରାଜ୍ୟରେ ଆଉ ୧୮ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୯୯୪ କୁ ବୃଦ୍ଧି

Published: Feb 19, 2022, 10:22 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୮ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୯୯୪ ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଅନୁଗୁଳ, ବାଲେଶ୍ଵର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୯୮୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୫ ହଜାର ୮୪୩ ଏବଂ ବର୍ତ୍ତମାନ ୭ ହଜାର ୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts