ଦେଶରେ ୨୫ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୩୨୫

Published: Feb 19, 2022, 10:45 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨ ହଜାର ୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୩୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୭ ଲକ୍ଷ ୧୫ ହଜାର ୨୧୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୦ ହଜାର ୯୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୬୦ ହଜାର ୨୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୦ ଲକ୍ଷ ୩୭ ହଜାର ୫୩୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨ ଲକ୍ଷ ୫୩ ହଜାରକୁ ୭୩୯ ବୃଦ୍ଧି ପାଇଛି।

Related posts