ଦେଶରେ ୨୦ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୬୭୩

Published: Feb 20, 2022, 10:25 am IST

ନୂଆଦିଲ୍ଲୀ: ଦେଶରେ ଗତକାଲି ୨୨ ହଜାର ୨୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୯ ହଜାର ୯୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୩୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୬୭୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୭ ଲକ୍ଷ ୩୫ ହଜାର ୧୮୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୧ ହଜାର ୯୦୩ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୪୮ ହଜାର ୮୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୦ ଲକ୍ଷ ୮୬ ହଜାର ୩୮୩ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨ ଲକ୍ଷ ୨୪ ହଜାରକୁ ୧୮୭ ବୃଦ୍ଧି ପାଇଛି।

Related posts