ଆଜି ରାଜ୍ୟରେ ଆଉ ୧୭ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୯ ହଜାର ୧୧ କୁ ବୃଦ୍ଧି

Published: Feb 20, 2022, 11:54 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୭ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ହଜାର ୧୧ ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ଵର ଜିଲ୍ଲାରୁ ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୪୮୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୭ ହଜାର ୧୦୯ ଏବଂ ବର୍ତ୍ତମାନ ୬ ହଜାର ୩୦୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts