ଆଜି ରାଜ୍ୟରେ ଆଉ ୧୫ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୯ ହଜାର ୨୬ କୁ ବୃଦ୍ଧି

Published: Feb 21, 2022, 11:03 am IST

ଭୁବନେଶ୍ଵର: ଆଜି ରାଜ୍ୟରେ ୧୫ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ହଜାର ୨୬ ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ଵର, ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଢେଙ୍କାନାଳ, କେନ୍ଦ୍ରାପଡା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୮୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୮ ହଜାର ୧୫୮ ଏବଂ ବର୍ତ୍ତମାନ ୫ ହଜାର ୬୩୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts