ଦେଶରେ ୨ ଲକ୍ଷ ତଳକୁ ପହଞ୍ଚିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା, ବୃଦ୍ଧି ପାଇଲା କୋରୋନଜନିତ ମୃତ୍ୟୁ

Published: Feb 22, 2022, 9:28 am IST

ନୂଆଦିଲ୍ଲୀ: ଦେଶରେ ଗତକାଲି ୧୬ ହଜାର ୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩ ହଜାର ୪୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୨୦୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୨୩୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୮ ଲକ୍ଷ ୫୧ ହଜାର ୯୨୯ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୨ ହଜାର ୩୪୪ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୩୭ ହଜାର ୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୧ ଲକ୍ଷ ୫୮ ହଜାର ୧୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧ ଲକ୍ଷ ୮୧ ହଜାରକୁ ୭୫ ବୃଦ୍ଧି ପାଇଛି।

Related posts