Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରଳ ଓ ଜଟିଳ ଅସ୍ତ୍ରୋପଚାର କରି ଆଉ ଏକ ସଫଳତା ସାଉଁଟିଲେ ସମ୍ ନ୍ୟୁରୋସର୍ଜନ
ଆଜିର ଖବର

ବିରଳ ଓ ଜଟିଳ ଅସ୍ତ୍ରୋପଚାର କରି ଆଉ ଏକ ସଫଳତା ସାଉଁଟିଲେ ସମ୍ ନ୍ୟୁରୋସର୍ଜନ

February 22, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିରଳ ଓ ଜଟିଳ ଜ୍ୟାଂଟ ଆନ୍ୟୁରିଜିମ୍ ସମସ୍ୟାରେ ପୀଡ଼ିତ ଥିବା ୧୮ ବର୍ଷ ଯୁବକଙ୍କର ଅସ୍ତ୍ରୋପଚାର କରି ଆଉ ଏକ ସଫଳତା ହାସଲ କରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନ୍ୟୁରୋସର୍ଜନ୍।

ବିଶ୍ୱରେ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସମସ୍ୟାରେ ପୀଡ଼ିତ ଥିବା ପ୍ରାୟ ୩୦ ରୁ କମ୍ ବ୍ୟକ୍ତିଙ୍କର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛୁ ବୋଲି ସୂଚନା ଦେଇଛନ୍ତି ଏହି ଅସ୍ତ୍ରୋପଚାର ଟିମ୍‌ର ନେତୃତ୍ୱ ନେଇଥିବା ସମ୍‌ର ନ୍ୟୁରୋସର୍ଜନ ଡାକ୍ତର ଆତ୍ମରଞ୍ଜନ ଦାସ।

ସୁବାଶିଷ ରାଉତ ନାମକ ଏହି ଯୁବକ ଜଣଙ୍କର ଦୀର୍ଘ ୧ ମାସ ଧରି ପ୍ରବଳ ମୁଣ୍ଡ ବ୍ୟଥା ଲାଗି ରହିବା ଯୋଗୁଁ ସେ ସମ୍ ହସ୍ପିଟାଲ୍‌କୁ ଆସିଥିଲେ। ତାଙ୍କ ମସ୍ତିଷ୍କର ସ୍କାନିଂ ହେବା ପରେ ମସ୍ତିଷ୍କ ମଧ୍ୟରେ ରକ୍ତସ୍ରାବ ହୋଇଥିବାର ଜଣାପଡିଥିଲା। ବ୍ରେନ୍ ଆଞ୍ଜିଓ କରାଯିବା ପରେ ପଛଭାଗରେ ଥିବା ମସ୍ତିଷ୍କର ଧମନୀରେ ଏକ ବଡ଼ ଫୋଟକା ସୃଷ୍ଟି ହୋଇଥିବାର ଦେଖିବାକୁ ମିଳିଥିଲା। ଯାହାକୁ କି ଡାକ୍ତରୀ ଭାଷାରେ ଜ୍ୟାଂଟ ପିସିଏ ଆନ୍ୟୁରିଜିମ୍ କୁହାଯାଏ।

ଏହା ଖୁବ୍ ବିରଳ ସମସ୍ୟା ଏବଂ ତଥ୍ୟ ଅନୁଯାୟୀ ବିଶ୍ୱରେ ୩୦ ରୁ କମ୍ ଏଭଳି ଘଟଣା ସାମ୍ନାକୁ ଆସିଛି ବୋଲି କହିବା ସହ ଯଦି ଠିକ୍ ଭାବରେ ଚିକିତ୍ସା କରା ନଯାଏ ତେବେ ରୋଗୀର ମୃତ୍ୟୁ ହେବାର ଯଥେଷ୍ଟ ସମ୍ଭାବନା ରହିଥାଏ ବୋଲି ଡା. କହିଛନ୍ତି।

ଡା. ଦାସ ଏବଂ ତାଙ୍କ ଟିମ୍ ଦୀର୍ଘ ୮ ଘଂଟା ଧରି ଏହି ଅସ୍ତ୍ରୋପଚାର କରିଥିଲେ ଏବଂ ଠିକ୍ ଏହାର ପରଦିନ ରୋଗୀଟି ଚାଲିବାକୁ ସକ୍ଷମ ହୋଇପାରିଥିଲା। ଏକ ସପ୍ତାହ ପରେ ସେ ଠିକ୍ ଭାବରେ କଥା କହିବାରେ ସକ୍ଷମ ହେବା ସହ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଯାଇଛି।

ଡା. ଦାସଙ୍କ ନେତୃତ୍ୱ ଏହି ଟିମ୍‌ରେ ନ୍ୟୁରୋସର୍ଜନ୍ ଡା. ସତ୍ୟଭୂଷଣ ସେନାପତି ଏବଂ ଡା. ଅଭିଜିତ୍ ଆଚାର୍ଯ୍ୟ ରହିଥିବା ବେଳେ ଆନେସ୍‌ଥେସିଆ ଟିମ୍‌ରେ ଡା. ସୁଦୀପ ମହାପାତ୍ର ଏବଂ ଡା. ଶିଖା ସାମିଲ୍ ଥିଲେ। ଅସ୍ତ୍ରୋପଚାର ଗୃହ ଷ୍ଟାଫ୍ ଲଳିତ ନାରାୟଣ ସାହୁ ଏବଂ ବିଜୟ ଅସ୍ତ୍ରୋପଚାର ସମୟରେ ସାହାଯ୍ୟ କରିଥିଲେ।

ନିକଟରେ ଡା. ଦାସଙ୍କ ନେତୃତ୍ୱରେ ଏହି ନ୍ୟୁରୋସର୍ଜରୀ ଟିମ୍ ଜଟିଳ ବ୍ରେନ୍‌ଷ୍ଟେମ୍  କାଭେରନୁମା ମାୟୋକ୍ଲୋନିକ୍ ଏପିଲେପ୍ସି ବ୍ୟାଧିରେ ପୀଡ଼ିତ ଥିବା ଜଣେ ୨୮ ବର୍ଷୀୟ ଯୁବକଙ୍କ ଠାରେ ସଫଳତା ସହ ଜଟିଳ ଅସ୍ତ୍ରୋପଚାର କରିଥିଲେ।

ଜଟିଳ ଅସ୍ତ୍ରୋପଚାର ସମ୍ ନ୍ୟୁରୋସର୍ଜନ ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ

April 13, 2026
Latest News

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ପିଏମ ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅଧୀନରେ ପରିବର୍ତ୍ତନଶୀଳ ସମ୍ପ୍ରସାରଣ କରୁଛି ଭାରତୀୟ ରେଳବାଇ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.