ଦେଶରେ ଚିହ୍ନଟ ହେଲେ ୧୫ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୨୭୮

Published: Feb 23, 2022, 11:14 am IST

ନୂଆଦିଲ୍ଲୀ: ଦେଶରେ ଗତକାଲି ୧୩ ହଜାର ୪୦୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୫ ହଜାର ୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୨୩୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୨୭୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୮ ଲକ୍ଷ ୮୨ ହଜାର ୧୩୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୨ ହଜାର ୬୨୨ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୩୧ ହଜାର ୩୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୧ ଲକ୍ଷ ୮୯ ହଜାର ୮୮୭ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧ ଲକ୍ଷ ୬୪ ହଜାରକୁ ୫୨୨ ବୃଦ୍ଧି ପାଇଛି।

Related posts