ଖୁବ ଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ: ବିଜ୍ଞପ୍ତି ପ୍ରକାଶ କଲା ନଗର ଉନ୍ନୟନ ବିଭାଗ

Published: Feb 23, 2022, 11:35 am IST

ଭୁବନେଶ୍ଵର: ରାଜ୍ୟରେ ଏବେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତାକାଲି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ମତଦାନ ହେବାକୁ ଥିବା ବେଳେ ଆଜି କିଛି ବୁଥରେ ସାନି ମତଦାନ ଜାରି ରହିଛି। ଆସନ୍ତା ୨୬ ତାରିଖରୁ ଭୋଟ ଗଣତି କାର୍ଯ୍ୟକ୍ରମ ଆରମ୍ଭ ହେବ।

ତେବେ ସେପଟେ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଯେକୌଣସି ମୂହୁର୍ତ୍ତରେ ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇପାରେ। ସମସ୍ତ ପ୍ରସ୍ତୁତି ଶେଷ ହେବା ନେଇ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପୌର ନିର୍ବାଚନ ନେଇ ନିର୍ବାଚନ ଆୟୋଗଙ୍କୁ ନଗର ଉନ୍ନୟନ ବିଭାଗ ଅବଗତ କରିଛି। ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମରେ ନିର୍ବାଚନ ହେବ। କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ମେୟର ପଦବୀ ପାଇଁ ନିର୍ବାଚନ ହେବ। ୪୮ ଟି ପୌର ପରିଷଦ ପାଇଁ ନିର୍ବାଚନ ହେବାକୁଥିବା ବେଳେ ୫୯ ଟି ବିଜ୍ଞାପିତ ଅଞ୍ଚଳ ଏବଂ ୩ ଟି ମହାନଗର ନିଗମ ପାଇଁ ମତଦାନ ହେବ।

Related posts