Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କର ଡିଜିଟାଲ୍ ହଟ୍ ସେବା, ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଉଦ୍‌ଘାଟିତ
ଆଜିର ଖବର

ଓଡ଼ିଶାରେ ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କର ଡିଜିଟାଲ୍ ହଟ୍ ସେବା, ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଉଦ୍‌ଘାଟିତ

February 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବ୍ୟାଙ୍କିଙ୍ଗ ସେବାକୁ ଅଧିକ ଡିଜିଟାଲ୍ କରିବା ସହିତ ଗୋଟିଏ ସ୍ଥାନରେ ବିଭିନ୍ନ ପ୍ରକାର ଅତ୍ୟାଧୁନିକ ସେବା ଉପଲବ୍ଧ କରିବା ଲକ୍ଷ୍ୟରେ ଓଡ଼ିଶାରେ ପ୍ରଥମ ଥର ପାଇଁ ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ ପକ୍ଷରୁ ଡିଜିଟାଲ୍ ହଟ୍ ସେବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) କ୍ୟାମ୍ପସ୍‌ରେ ଶୁଭାରମ୍ଭ ହୋଇଛି। ଏହି ଅତ୍ୟାଧୁନିକ ଡିଜିଟାଲ୍ ହଟ୍ କେନ୍ଦ୍ରକୁ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ ଆଜି ଉଦ୍‌ଘାଟନ କରିଛନ୍ତି।

ଏହି ଡିଜିଟାଲ୍ ହଟ୍ କେନ୍ଦ୍ର ଏକ ସ୍ୱୟଂଚାଳିତ ପ୍ରକ୍ରିୟା ଏବଂ ଏଠାରେ ଏକ ସଂଗେ ଟଙ୍କା ଉଠାଇବା, ଡିପୋଜିଟ୍ କରିବା, ପାସ୍‌ବୁକ୍‌ ଅପ୍‌ଡେଟ୍ କରିବା, ଚେକ୍ ଡିପୋଜିଟ୍ କରିବା ଏବଂ ଅନ୍‌ଲାଇନ୍ ଆକାଉଂଟ ଖୋଲିବା ନିମନ୍ତେ ୫ଟି ମେସିନ୍ ରହିଛି। ଏଥି ସହିତ ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ ବିଷୟରେ ସମସ୍ତ ସୂଚନା ପ୍ରଦାନ ନିମନ୍ତେ ଏକ ଟିଭି ଡିସ୍‌ପ୍ଲେର ସୁବିଧା ରହିଛି। ଏଭଳି ସେବା ଦ୍ୱାରା ଛାତ୍ରଛାତ୍ରୀମାନେ ଅନେକ ମାତ୍ରାରେ ଉପକୃତ ହୋଇପାରିବେ। ସେମାନଙ୍କୁ ବ୍ୟାଙ୍କିଙ୍ଗ୍ ସେବାର ସମସ୍ତ ସୁବିଧା ସୋଆ କ୍ୟାମ୍ପସ୍‌ ପରିସରରେ ୨୪ ଘଂଟା ଉପଲବ୍ଧ ହେବ। ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କର ଏଭଳି ସେବା ପ୍ରଦାନ ସ୍ୱାଗତ ଯୋଗ୍ୟ ବୋଲି ଏହି ଡିଜିଟାଲ ହଟ୍‌କୁ ଉଦ୍‌ଘାଟନ ସମୟରେ କହିଛନ୍ତି ପ୍ରଫେସର ନାୟକ।

ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଅବସରରେ ଉପସ୍ଥିତ ଥିବା ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ ଜୋନାଲ୍ ମ୍ୟାନେଜର ଶ୍ରୀ ସଞ୍ଜୀବ ଭରଦ୍ୱାଜ ଏହି ସେବା ବିଷୟରେ ସୂଚନା ଦେଇ କହିଛନ୍ତି ଯେ ଏହା ଏକ ଅନ୍‌ଲାଇନ୍ ସେବା। ଏହା ଦ୍ୱାରା ଉଭୟ ଛାତ୍ରଛାତ୍ରୀ ଓ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଖୁବ୍ ଉପକୃତ ହୋଇପାରିବେ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରେ ଏହି ଡିଜିଟାଲ ହଟ୍ ଉଦ୍‌ଘାଟିତ ହୋଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ସମ୍ବଲପୁର ଏବଂ ଅନ୍ୟାନ୍ୟ ଜୋନ୍‌ରେ ଏହାର କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀ ଭରଦ୍ୱାଜ।

ଏହି ଅବସରରେ ପିଏନ୍‌ବିର ଭୁବନେଶ୍ୱର ସର୍କଲ୍ ହେଡ୍ ପରେଶ ଦାସ ନୂତନ ଭାବେ ଉଦ୍‌ଘାଟିତ ହୋଇଥିବା କେନ୍ଦ୍ରର ସୂଚନା ଦେବା ସହ ଏଠାରେ ଦୁଇ ଜଣ କର୍ମଚାରୀ କାର୍ଯ୍ୟରତ ରହିବେ ବୋଲି କହିଛନ୍ତି। ଜଣେ ମାର୍କେଟିଂ ବିଭାଗର କର୍ମଚାରୀ କ୍ରେଡିଟ୍‌
ଏବଂ ଡେବିଟ୍ କାର୍ଡ ସେବା ପ୍ରଦାନ ନିମନ୍ତେ ଏବଂ ଅନ୍ୟ ଜଣେ କର୍ମଚାରୀ ବ୍ୟାଙ୍କିଙ୍ଗ୍ ସେବା ପ୍ରଦାନ ନିମନ୍ତେ ନିୟୋଜିତ ରହିବେ ବୋଲି ଶ୍ରୀ ଦାସ ସୂଚନା ଦେଇଛନ୍ତି।

ଏହି ଡିଜି ହଟ୍‌ରେ ୪୦ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ଡିପୋଜିଟ୍ କରିବାର କ୍ଷମତା ରହିଛି। ଟଙ୍କା ଡିପୋଜିଟ୍ ହେବା ସଂଗେ ସଂଗେ ଆକାଉଂଟରେ ଏହା ପ୍ରତିଫଳିତ ହେବ ଏବଂ ମୋବାଇଲ୍‌ରେ ମେସେଜ୍ ଆସିଯିବ ବୋଲି ସୂଚନା ଦେଇଛନ୍ତି ପଞ୍ଜାବ ନ୍ୟାସ୍‌ନାଲ୍‌
ବ୍ୟାଙ୍କ ପୋଖରୀପୁଟ ଶାଖାର ସିନିୟର ମ୍ୟାନେଜର ସୌମିତ୍ରୀ ପତି।

ଏହି ଉଦ୍‌ଘାଟନୀ ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସୋଆର ଚାଟାର୍ଡ ଆକାଉଟାଂଟ ସରୋଜକାନ୍ତ ସାମଲ୍‌, ଆଇବିସିଏ୍ ଡିନ୍‌ ପ୍ରଫେସର ଅନୁପ ସାମନ୍ତରାୟ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଓ ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କର ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଓଡିଶା ସୋଆ ପ୍ରତିଷ୍ଠାତା ସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.