ଶେଷ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ଦିନ ୧୨ ଟା ୩୦ ସୁଦ୍ଧା ୫୫ ପ୍ରତିଶତ ମତଦାନ

Published: Feb 24, 2022, 1:23 pm IST

ଭୁବନେଶ୍ବର: ଆଜି ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟଦାନ ଚାଲିଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ ଦିନ ୧୨ ଟା ୩୦ ସୁଦ୍ଧା ରାଜ୍ୟରେ ୫୫ ପ୍ରତିଶତ ମତଦାନ ହୋଇଛି। ଆଜି ସକାଳ ସାତଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇଥିଲା। ଆଉ ଅଳ୍ପ ସମୟ ପରେ ଏହି ମତଦାନ ପକ୍ରିୟା ଶେଷ ହେବ।

ଶେଷ ପର୍ଯ୍ୟାୟରେ ୨୫ଟି ଜିଲ୍ଲାର ୪୮ଟି ବ୍ଲକରେ ହେବ ଏହି ମତଦାନ। ଆଜି ସକାଳ ସାତଟାରୁ ଏହି ମତଦାନ ପକ୍ରିୟା ଆରମ୍ଭ ହେବ। ସେଥିପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ତରଫରୁ ୧୩୫୧୪ଟି ବୁଥ କରାଯାଇଛି। ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ କରିବା ପାଇଁ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି।

ଶେଷ ପର୍ଯ୍ୟାୟରେ ୧୩୧ଟି ଜିଲ୍ଲା ପରିଷଦ ଜୋନରେ ନିର୍ବାଚନ କରାଯିବ। ଏଥିପାଇଁ ମୋଟ ୫୨୦ ଜଣ ପ୍ରାର୍ଥୀ ପ୍ରତିଦ୍ବିନ୍ଦିତା କରୁଛନ୍ତି। ସେହିପରି ୯୭୫ଟି ଗ୍ରାମ ପଞ୍ଚାୟତରେ ଏହି ଭୋଟ ଗ୍ରହଣ ହେବ। ଶେଷ ପର୍ଯ୍ୟାୟରେ ୪୧ଲକ୍ଷ ୮୮ ହଜାର ୩୮୨ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏହି ଭୋଟ ଗ୍ରହଣ ସରିବା ପରେ ଆସନ୍ତା ୨୬ ତାରିଖରୁ ପର୍ଯ୍ୟାୟ କ୍ରମେ ଗଣତି ଆରମ୍ଭ ହେବ। ଏହି ଗଣତି ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।

Related posts