Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱତନ୍ତ୍ର ନିଯୁକ୍ତି ମେଳା: ବିଭିନ୍ନ ସଂସ୍ଥାର ୧୪୫ ଜଣ ଦିବ୍ୟାଙ୍ଗଙ୍କୁ ମିଳିଲା ନିଯୁକ୍ତି
ଆଜିର ଖବର

ସ୍ୱତନ୍ତ୍ର ନିଯୁକ୍ତି ମେଳା: ବିଭିନ୍ନ ସଂସ୍ଥାର ୧୪୫ ଜଣ ଦିବ୍ୟାଙ୍ଗଙ୍କୁ ମିଳିଲା ନିଯୁକ୍ତି

February 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ନିଯୁକ୍ତି ମେଳା ଭୁବନେଶ୍ୱର ଠାରେ ଆୟୋଜିତ ହୋଇଯାଇଛି। ଦିବ୍ୟାଙ୍ଗଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର (ଏନସିଏସସିଡିଏ), ଭୁବନେଶ୍ୱର, ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଏବଂ ଭୁବନେଶ୍ୱରସ୍ଥିତ ଡକ୍ଟର ରେଡ୍ଡିଜ୍ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଏହି ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା।

ଖଣ୍ଡଗିରି ଗଣ୍ଡମୁଣ୍ଡାସ୍ଥିତ ଏନସିଏସସିଡିଏର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ନିଯୁକ୍ତି ମେଳାରେ ରିଲାଏନ୍ସ ସିକ୍ୟୁରିଟିଜ୍ ଲିମିଟେଡ, ଲେମନ୍ ଟ୍ରି ହୋଟେଲ୍ସ, ବିପିଓ କନଭର୍ଜେନ୍ସ, ପାରାମିଟର ସଫ୍ଟୱେର ପ୍ରାଇଭେଟ୍ ଲିମିଟେଡ୍, ତତ୍ତ୍ବ ଟେକ୍ନୋଲୋଜି ଲିମିଟେଡ୍ ଆଦି ୧୩ଟି କମ୍ପାନୀ ଅଂଶଗ୍ରହଣ କରିଥିଲେ। ନିଯୁକ୍ତି ମେଳାରେ ବାକ୍ଶକ୍ତି ଓ ଶ୍ରବଣଶକ୍ତି ବାଧିତ, ଚାଲିବାକୁ ଅକ୍ଷମ ଦିବ୍ୟାଙ୍ଗମାନେ ସାକ୍ଷାତକାର ଦେଇଥିଲେ। ଶିବିରରେ ୧୮ରୁ ୩୫ ବର୍ଷ ବୟସ୍କ ମୋଟ୍୧୬୮ ଜଣ ଦିବ୍ୟାଙ୍ଗ ପ୍ରାର୍ଥୀ ଅଂଶଗ୍ରହଣ କରିଥିବା ବେଳେ ୧୪୫ ଜଣ ପ୍ରାର୍ଥୀଙ୍କୁ ବିଭିନ୍ନ କମ୍ପାନୀରେ ନିଯୁକ୍ତି ପାଇଁ ଚୟନ କରାଯାଇଥିଲା।

ଏହି ନିଯୁକ୍ତି ମେଳାରେ ରାଜ୍ୟ ଦିବ୍ୟାଙ୍ଗ ଆୟୁକ୍ତ ସୁଲୋଚନା ଦାସ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଏପରି ନିଯୁକ୍ତି ମେଳା ବର୍ତ୍ତମାନ ସମୟର ଆବଶ୍ୟକତା ଏବଂ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଏଭଳି ଶିବିର ଆୟୋଜନ କରାଯିବା ଉଚିତ୍।

ଭୁବନେଶ୍ୱର ଏନସିଏସସିଡିଏର ଅତିରିକ୍ତ ନିର୍ଦ୍ଦେଶକ (ନିଯୁକ୍ତି) ସୁଜିତ କୁମାର ସାହୁ, ମନସ୍ତତ୍ତ୍ବବିତ୍ ଶ୍ରୀମତୀ ସୋନାଲିକା ସୁମନଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଭୁବନେଶ୍ୱରସ୍ଥିତ ଡକ୍ଟର ରେଡିଜ୍ ଫାଉଣ୍ଡେସନର ଅମିତ କୁମାର ଦାଶ, ଖୋର୍ଦ୍ଧା ଜିଲ୍ଲା ନେହରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ବିପିନ କୁମାରଙ୍କ ସମେତ ସ୍ଵେଚ୍ଛାସେବୀମାନେ ଆବଶ୍ୟକ ସହାୟତା ଯୋଗାଇ ଦେଇଥିଲେ।

ଶେଷରେ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସାହୁ ଶିବିରରେ ଯୋଗ ଦେଇଥିବା ସମସ୍ତ ନିଯୁକ୍ତିଦାତାମାନଙ୍କୁ ପ୍ରମାଣପତ୍ର ବାଣ୍ଟିଥିଲେ ଏବଂ ଶିବିରରେ ଅଂଶଗ୍ରହଣ କରିବା ଲାଗି ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏନସିଏସସିଡିଏ ଭାରତ ସରକାର ଭୁବନେଶ୍ୱର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.