ନୂଆଦିଲ୍ଲୀ: ଦେଶରେ ଗତକାଲି ୧୪ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୩୦୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ମଧ୍ୟ ଆଉ ୩୦୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।
ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୮ ଲକ୍ଷ ୯୪ ହଜାର ୩୪୫ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୩ ହଜାର ୨୨୬ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।
ଗତ ୨୪ ଘଣ୍ଟାରେ ୨୬ ହଜାର ୯୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୨ ଲକ୍ଷ ୪୬ ହଜାର ୮୮୪ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧ ଲକ୍ଷ ୩୪ ହଜାରକୁ ୨୩୫ ବୃଦ୍ଧି ପାଇଛି।


