ଦେଶରେ ୭ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୨

Published: Mar 3, 2022, 10:13 am IST

ନୂଆଦିଲ୍ଲୀ: ଦେଶରେ ଗତକାଲି ୭ ହଜାର ୫୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬ ହଜାର ୫୬୧ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ସେହିଭଳି ଗତକାଲି ୨୨୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୪୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୯ ଲକ୍ଷ ୪୫ ହଜାର ୧୬୦ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୪ ହଜାର ୩୮୮ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୧୪ ହଜାର ୯୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୩ ଲକ୍ଷ ୫୩ ହଜାର ୬୨୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୭୭ ହଜାରକୁ ୧୫୨ ବୃଦ୍ଧି ପାଇଛି।

Related posts