ରାଜ୍ୟରେ କ୍ରମାଗତ ହ୍ରାସ ପାଉଛି ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 4, 2022, 10:08 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୩୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୫  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୧୯

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୨୨

କଳାହାଣ୍ଡି ଜିଲ୍ଲାରୁ- ୨

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୮

ଖୋର୍ଦ୍ଧା ଜିଲ୍ଲାରୁ- ୧୩

କୋରାପୁଟ ଜିଲ୍ଲାରୁ- ୭

ମାଲକାନାଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୫

ପୁରୀ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ ଜିଲ୍ଲାରୁ- ୧୧

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୬୧୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୭୫୬ ଏବଂ ବର୍ତ୍ତମାନ ୧ ହଜାର ୭୧୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts