ଆଜି ରାଜ୍ୟରେ ଆଉ ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 6, 2022, 11:20 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୪୫ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୦

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୨

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୨୦

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୧

ଝାରସୁଗୁଡା ଜିଲ୍ଲାରୁ- ୯

କେନ୍ଦ୍ରାପଡା ଜିଲ୍ଲାରୁ- ୮

ଖୋର୍ଦ୍ଧା ଜିଲ୍ଲାରୁ- ୧୪

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୮

ସୁନ୍ଦରଗଡ ଜିଲ୍ଲାରୁ- ୨୫

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୮୮୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୨୨୮ ଏବଂ ବର୍ତ୍ତମାନ ୧ ହଜାର ୫୦୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts