ନୂଆଦିଲ୍ଲୀ: ଦେଶରେ ଗତକାଲି ୫ ହଜାର ୯୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫ ହଜାର ୪୭୬ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ସେହିଭଳି ଗତକାଲି ୨୮୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୫୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୯ ଲକ୍ଷ ୬୨ ହଜାର ୯୪୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୫ ହଜାର ୩୬ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।
ଗତ ୨୪ ଘଣ୍ଟାରେ ୧୩ ହଜାର ୪୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୩ ଲକ୍ଷ ୮୮ ହଜାର ୪୭୫ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୫୯ ହଜାରକୁ ୪୪୨ ବୃଦ୍ଧି ପାଇଛି।