ଆଜି ରାଜ୍ୟରେ ଆଉ ୧୨୦ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 7, 2022, 10:42 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୯ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୧  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୩

ବାଲେଶ୍ଵର ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୫

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୯

ଝାରସୁଗୁଡା ଜିଲ୍ଲାରୁ- ୧୨

ଖୋର୍ଦ୍ଧା ଜିଲ୍ଲାରୁ- ୧୦

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୪

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨୩

ସୁନ୍ଦରଗଡ ଜିଲ୍ଲାରୁ- ୪

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୫୪୨ ଏବଂ ବର୍ତ୍ତମାନ ୧ ହଜାର ୩୧୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts