Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ

March 7, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗ ଠାରେ ଆୟୋଜିତ ଏକ ଆଲୋଚନା ଅଧିବେଶନରେ ୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହୋଇଛନ୍ତି। ଏହି ଆଲୋଚନା ଅଧିବେଶନ ନାରୀ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗ୍ରହଣ କରାଯାଉଥିବା ନିରନ୍ତର ପଦକ୍ଷେପର ଏକ ପରିଚାୟକ ଥିଲା।

ପୁରସ୍କାର ବିଜେତାମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେମାନେ ସମାଜ ସହିତ ରାଷ୍ଟ୍ର ନିର୍ମାଣ ପାଇଁ ମଧ୍ୟ ଯୋଗଦାନ ଦେଉଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସେମାନଙ୍କ କାର୍ଯ୍ୟରେ ସେବା ଭାବନା ରହିଛି, ଏଥିସହିତ ସେମାନଙ୍କର କାର୍ଯ୍ୟଧାରାରେ ସୃଜନଶୀଳତାର ସ୍ପଷ୍ଟ ପରିପ୍ରକାଶ ଦେଖିବାକୁ ମିଳୁଛି। ସେ ଆହୁରି କହିଥିଲେ ଯେ, ବର୍ତ୍ତମାନ ଏପରି କୌଣସି ଗୋଟିଏ କ୍ଷେତ୍ର ନାହିଁ ଯେଉଁଠି ମହିଳାମାନେ ସେମାନଙ୍କର ଯୋଗଦାନ ଦେଇନାହାନ୍ତି ଏବଂ ଦେଶକୁ ଗୌରବାନ୍ୱିତ କରିନାହାନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ, ମହିଳାମାନଙ୍କ ମଧ୍ୟରେ ରହିଥିବା ସମ୍ଭାବନାକୁ ସାକାର ରୂପ ଦେବା ଲାଗି ସରକାର ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଛନ୍ତି। ସରକାର ଏପରି ନୀତି ପ୍ରଣୟନ କରୁଛନ୍ତି ଯାହା ମାଧ୍ୟମରେ ଏପରି ସମ୍ଭାବନାକୁ ଚିହ୍ନଟ କରାଯାଇପାରିବ। ସେ ଉଲ୍ଲେଖ କରିଥିଲେ ଯେ, ପାରିବାରିକ ସ୍ତରରେ ସବୁ ମହିଳାମାନଙ୍କୁ ନିଷ୍ପତ୍ତି ନେବାର ପ୍ରକ୍ରିୟାରେ ସାମିଲ କରାଯିବା ଗୁରୁତ୍ୱପୂର୍ଣ୍ଣ, ଯାହାଫଳରେ ସେମାନଙ୍କର ଆର୍ଥିକ ସଶକ୍ତିକରଣ ସମ୍ଭବ ହୋଇପାରିବ।

ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ‘ସବକା ପ୍ରୟାସ’ ଉପରେ ସରକାର ଜୋର ଦେଉଥିବା ପ୍ରଧାନମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ, ଭୋକାଲ ଫର ଲୋକାଲ ଭଳି ସରକାରଙ୍କ ପ୍ରୟାସର ସଫଳତା, ମହିଳାମାନଙ୍କର ଯୋଗଦାନ ଉପରେ ନିର୍ଭରଶୀଳ।

ଦେଶର ଶୀର୍ଷ ନେତୃତ୍ୱଙ୍କ ସହ କଥା ହେବା ଲାଗି ସେମାନଙ୍କୁ ଏକ ମଞ୍ଚ ଯୋଗାଇ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ପୁରସ୍କାର ବିଜେତାମାନେ ଧନ୍ୟବାଦ ଜଣାଇଥିଲେ । ସେମାନେ ଆହୁରି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ଲାଗି ସୁଯୋଗ ପାଇବା ଏବଂ ତାଙ୍କ ସହିତ କଥା ହେବା ଦ୍ୱାରା ସେମାନଙ୍କ ସ୍ୱପ୍ନ ସାକାର ହେବା ଭଳି ଅନୁଭବ ହେଉଛି। ସେମାନେ ସରକାରଙ୍କ ବିଭିନ୍ନ ଯୋଜନାକୁ ପ୍ରଶଂସା କରିଥିଲେ ଯାହା ସେମାନଙ୍କ ପ୍ରୟାସରେ ଖୁବ୍‌ ଅଧିକ ସହାୟକ ହୋଇଛି । ପୁରସ୍କାର ବିଜେତାମାନେ ବର୍ତ୍ତମାନ ସୁଦ୍ଧା ନିଜର ଯାତ୍ରା ଏବଂ ସେମାନଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ କଥା ହୋଇଥିଲେ। ସେମାନେ ନିଜ କାର୍ଯ୍ୟ କ୍ଷେତ୍ର ସମ୍ପର୍କରେ କେତେକ ପରାମର୍ଶ ଏବଂ ସୂଚନା ଦେଇଥିଲେ।

ନରେନ୍ଦ୍ର ମୋଦୀ ନାରୀ ଶକ୍ତି ପୁରସ୍କାର ଲୋକ କଲ୍ୟାଣ ମାର୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026
Latest News

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.