Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ନୂତନ ଡାକ୍ତରୀ ଶିକ୍ଷାର୍ଥୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ
ଆଜିର ଖବର

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ନୂତନ ଡାକ୍ତରୀ ଶିକ୍ଷାର୍ଥୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

March 8, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍  ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ ନୂତନ ଭାବେ ନାମ ଲେଖାଇଥିବା ଡାକ୍ତରୀ ଛାତ୍ରଛାତ୍ରୀମାନଙ୍କୁ ମଙ୍ଗଳବାର ଏକ ସ୍ୱତନ୍ତ୍ର ଉତ୍ସବରେ ସାଗତ କରାଯାଇଥିବା ବେଳେ ବିଶ୍ୱବିଦ୍ୟାଳୟର ଚାନ୍‌ସେଲର୍ ପ୍ରଫେସର ଡି.ପି. ରାୟ ସେମାନଙ୍କର ସଫଳତା କାମନା କରିଛନ୍ତି।

ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରି ମାନବିକତା ଓ ନୈତିକତାର ସହ ଉତମ ଡାକ୍ତର ଭାବେ ସମାଜର ସେବା କରିବା ପାଇଁ ପ୍ରଫେସର ରାୟ ଆହ୍ୱାନ ଦେଇଛନ୍ତି। ସ୍ୱାସ୍ଥ୍ୟସେବାକୁ ଏକ ମହାନ ପେସା ଭାବେ ଉଲ୍ଲେଖ କରି ସେ କହିଥିଲେ ଯେ ଏହି ପେସା ଦ୍ୱାରା ସମାଜର କଲ୍ୟାଣ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଅନେକ ସୁଯୋଗ ମିଳିପାରିବ। ଡାକ୍ତରୀ ଶିକ୍ଷା ଗ୍ରହଣ କରିବା ନିମନ୍ତେ ସେମାନେ ଖୁବ୍ ଉଚ୍ଚକୋଟୀର ଶିକ୍ଷାନୁଷ୍ଠାନକୁ ବାଛିଛନ୍ତି। ତେଣୁ ସେମାନଙ୍କୁ କେବେ ବି ଏ ନେଇ ପଶ୍ଚାତାପ କରିବାକୁ ପଡ଼ିବ ନାହିଁ ବୋଲି ସେ କହିଛନ୍ତି।

ଏହି ଅବସରରେ ଚାନ୍‌ସେଲର କହିଥିଲେ ଯେ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମୱର୍କ (ଏନ୍‌ଆଇଆର୍‌ଏଫ୍‌) ୨୦୨୧ରେ ସୋଆ ଦେଶରେ ବିଶ୍ୱବିଦ୍ୟାଳୟ ମାନଙ୍କ ମଧ୍ୟରେ ୨୦ ତମ ସ୍ଥାନରେ ରହିଥିବା ବେଳେ ଓଡ଼ିଶାରେ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ପରିଗଣିତ ହୋଇଛି।

ସେହିପରି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ମଧ୍ୟ ମେଡିକାଲ୍ କଲେଜ କ୍ଷେତ୍ରରେ ଏହି ର‌୍ୟାଙ୍କିଙ୍ଗରେ ଦେଶରେ ୨୧ ତମ ସ୍ଥାନ ହାସଲ କରିଛି। ପ୍ରଫେସର ରାୟ କହିଥିଲେ ଯେ ଶିକ୍ଷା ହେଉଛି ପ୍ରତ୍ୟେକ ନାଗରିକର ମୌଳିକ ଅଧିକାର ଏବଂ ଏହା ନେତୃତ୍ୱ ଗଠନ ଓ ପେସା ନିର୍ଣ୍ଣୟରେ ସହାୟକ ହୋଇଥିବା ବେଳେ ଦେଶର ସାମାଜିକ ଓ ଅର୍ଥନୈତିକ ବିକାଶ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ।

ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଉପକୁଳପତି ତଥା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଗଙ୍ଗାଧର ସାହୁ, ଏସ୍‌ଏଚ୍‌ଏମ୍ ଡିନ୍ ପ୍ରଫେସର ଶିତିକଣ୍ଠ ମିଶ୍ର, ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେନ୍‌ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଆଡିସ୍‌ନାଲ୍ ମେଡିକାଲ୍ ସୁପରିଟେଣ୍ଡେନ୍‌ଟ ଡାକ୍ତର ରାଜେଶ ଲେଙ୍କା, ଆଡିସ୍‌ନାଲ୍ ଡିନ୍ ପ୍ରଫେସର ଅଜୟ କୁମାର ଜେନା ଏବଂ ଆଡିସ୍‌ନାଲ୍ ଡିନ୍ (ପରୀକ୍ଷା) ଡାକ୍ତର ରଚିତା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।

ଆଇଏମ୍‌ଏସ୍ ସମ୍‌ ହସ୍ପିଟାଲ ସ୍ୱାଗତ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.