ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦୦, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 21, 2022, 10:01 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୫ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୯

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୭

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୪

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୧୯୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୪୨୪ ଏବଂ ବର୍ତ୍ତମାନ ୬୦୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts