ରାଜ୍ୟରେ ୬୦୦ ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 22, 2022, 10:56 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୦ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ- ୬

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୨୨୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୪୯୭ ଏବଂ ବର୍ତ୍ତମାନ ୫୫୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts