Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
ଆଜିର ଖବର

ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

March 22, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼/ରାଉରକେଲା: କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ଲାଗି ଏହି ଅଭିଯାନ ଅଧୀନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି।

ନିକଟରେ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ବାସଭବନ କାର୍ଯ୍ୟାଳୟ ପରିସରରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ ଅଧୀନରେ ଛାତ୍ରଛାତ୍ରୀମାନଙ୍କ ସର୍ଜନାତ୍ମକ ପ୍ରତିଭାର ବିକାଶ ପାଇଁ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା। ଆଗରୁ ଏଠାରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ କୋଭିଡ୍ ପାଇଁ ବନ୍ଦ ରହିଥିଲା।

ମଙ୍ଗଳବାର ଦିନ ଏହି ଅଭିଯାନ ଅଧୀନରେ ରାଉରକେଲା ମହାନଗର ନିଗମ ପାଠାଗାରଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସହରର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନେ ଏଥିରେ ଯୋଗଦେଇଥିଲେ।

ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଏବଂ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ଯୋଗଦେଇ ବହି ପଢ଼ିବା ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ କିପରି ଆହୁରି ବ୍ୟାପକ କରାଯାଇ ପାରିବ ସେ ସମ୍ପର୍କରେ ଜିଲ୍ଲାପାଳ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ସହ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମ୍ୟୁନିସିପାଲ କଲେଜର ଓଡ଼ିଆ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ଗିରିଜା ଗୋସ୍ୱାମୀ, ପାନପୋଷସ୍ଥିତ ମ୍ୟୁନିସିପାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ରାଜ କୁମାର ମହାନ୍ତି ଏବଂ ରାଉରକେଲାର ଜଣାଶୁଣା ଲେଖକ ବିଭୁତି ଭୂଷଣ ଦାସ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ବହି କିପରି ଜ୍ଞାନର ପରିସୀମାକୁ ଗଭୀର ଓ ବ୍ୟାପକ କରିଥାଏ ସେ ସମ୍ପର୍କରେ କହିଥିଲେ। ବହି ପଢ଼ିବା ଫଳରେ ମଣିଷର ରୁଚିରେ ପରିବର୍ତ୍ତନ ଆସିବା ସହ ବୌଦ୍ଧିକ ବିକାଶ ହୋଇଥାଏ ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନେ ରାଉରକେଲା ମହାନଗର ପାଠାଗାରରେ ଥିବା ରିଡିଙ୍ଗ ରୁମରେ ବସି ନିଜ ପସନ୍ଦର ବହି ପଢ଼ିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କା, ମହାନଗର ନିଗମ ପିଏମୟୁ ଏକ୍ସପର୍ଟ ପ୍ରଶାନ୍ତ କୁମାର ନାୟକ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସେହିପରି ସୁନ୍ଦରଗଡ଼ ସହରରେ ଥିବା ଜିଲ୍ଲା ସଂସ୍କୃତି ଭବନସ୍ଥିତ ଜିଲ୍ଲା ପାଠାଗାରଠାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ ଅଧୀନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ବହି ପଢ଼ାର ଆଗ୍ରହ ସୃଷ୍ଟି କରିବା ଲାଗି ସ୍ଥାନୀୟ ଅଞ୍ଚଳର କଳାକାରମାନଙ୍କ ଦ୍ୱାରା ବିଭିନ୍ନ ଲୋକକଳା ପ୍ରଦର୍ଶନ କରାଯାଇଥିଲା।

ସୁନ୍ଦରଗଡ଼ର ପାରମ୍ପରିକ ଲୋକନୃତ୍ୟ ଝୁମେର, ଖଡିଆ ନୃତ୍ୟ ସହିତ ପାଲା ଜରିଆରେ ଛାତ୍ରଛାତ୍ରୀ ଏବଂ ଉପସ୍ଥିତ ଜନସାଧାରଣଙ୍କୁ ବହି ପଢ଼ିବାର ଗୁରୁତ୍ୱ ଉପରେ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ତଥା ଡିଏମଏଫ ସିଇଓ ମହେଶ୍ଵର ଚନ୍ଦ୍ର ନାୟକ, ଜିଲ୍ଲା ଶିକ୍ଷାଧିକାରୀ ଅମୂଲ୍ୟ କୁମାର ପଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ କୁଲଦୀପ ଖାଖା ପ୍ରମୁଖ ଉପସ୍ଥିତ ଥିଲେ।

‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ ଅଧୀନରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଠାଗାର ସ୍ଥାପନ କରାଯାଇ ଜନସାଧାରଣଙ୍କ ଭିତରେ ବହି ପଢ଼ିବାର ଆଗ୍ରହ ସୃଷ୍ଟି କରାଯାଉଛି। ସୁନ୍ଦରଗଡ଼ଠାରେ ଜିଲ୍ଲା ପାଠାଗାର ରହିଥିବା ବେଳେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଧ୍ୟ ଏକ ପାଠାଗାର ରହିଛି। ଏହି ପାଠାଗାରରେ ବିଭିନ୍ନ ବର୍ଗଙ୍କୁ ଦୃଷ୍ଟିରେ ରଖି ଆବଶ୍ୟକ ପୁସ୍ତକ ରଖାଯାଇଛି।

ସାଧାରଣ ଲୋକଙ୍କୁ ବିଭିନ୍ନ ପ୍ରକାରର ବହି ସହିତ ବାନ୍ଧି ରଖିବା ପାଇଁ ଜିଲ୍ଲାପାଳଙ୍କ ବାସଭବନରେ ‘ବହି ବଗିଚା’ ରହିଛି। କୋଭିଡ୍-୧୯ ପୂର୍ବରୁ ପ୍ରତି ରବିବାର ଦିନ ଏଠାରେ ବହିପଢ଼ା ସହ ବିଭିନ୍ନ ପ୍ରକାର ସର୍ଜନାତ୍ମକ କାର୍ଯ୍ୟକ୍ରମ କରାଯାଉଥିଲା। କିନ୍ତୁ ଏବେ ପୁଣିଥରେ ଏହି କାର୍ଯ୍ୟକ୍ରମକୁ ସାର୍ବଜନୀନ କରାଯାଇଛି।

ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ, ଶିକ୍ଷିତ ଯୁବକ ଯୁବତୀ ଓ ସ୍ଥାନୀୟ ଜନସାଧାରଣଙ୍କୁ ବହି ପଢ଼ା ପ୍ରତି ଆକର୍ଷିତ କରିବା ଲାଗି ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗ୍ରାମୀଣ ପାଠାଗାର ମଧ୍ୟ ଖୋଲାଯାଉଛି। ନିକଟରେ ବଣାଇଁଠାରେ ଏକ ଉପଖଣ୍ଡସ୍ତରୀୟ ପାଠାଗାର ଖୋଲାଯାଇଥିବା ବେଳେ ହେମଗିରି ବ୍ଲକର କମଲଗା ଏବଂ ଲେଫ୍ରିପଡ଼ା ସଦରମହକୁମାଠାରେ ଗ୍ରାମୀଣ ପାଠାଗାର ରହିଛି।

ରାଜ୍ୟ ସରକାରଙ୍କ ୫ଟି ଅଭିଯାନ ଅଧୀନରେ ଚାଲିଥିବା ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଜରିଆରେ ସରକାରୀ ହାଇସ୍କୁଲଗୁଡ଼ିକରେ ଆଧୁନିକ ପାଠାଗାର, ଇ-ଲାଇବ୍ରେରି କରାଯାଉଛି। ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ଜ୍ଞାନର ପରିସୀମା ବଢ଼ାଇବା ପାଇଁ ଏହି ଆଧୁନିକ ପାଠାଗାର ଓ ଇ-ଲାଇବ୍ରେରି ବିଶେଷ ସହାୟକ ହୋଇପାରୁଛି।

ବିଭିନ୍ନ କଲେଜ ଏବଂ ସର୍ବସାଧାରଣ ସ୍ଥାନରେ ମଧ୍ୟ ବହି ପଢ଼ା ପ୍ରତି ଆଗ୍ରହ ବଢ଼ାଇବା ପାଇଁ ପଦକ୍ଷେପ ନିଆଯାଉଛି। ପ୍ରତ୍ୟେକ ଲାଇବ୍ରେରି ସାଙ୍ଗରେ ରିଡିଙ୍ଗ ରୁମ୍ ସହିତ ବିଶୁଦ୍ଧ ପାନୀୟ ଜଳ ଓ ଶୌଚାଳୟର ବ୍ୟବସ୍ଥା କରାଯାଉଛି।

କରୋନା ମହାମାରୀ ଛାତ୍ରଛାତ୍ରୀ ରାଉରକେଲା ସୁନ୍ଦରଗଡ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.