Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୮ ହଜାର ୩୫୦ ଟଙ୍କା ଦାନ କଲେ ଚା’ ଦୋକାନୀ ଶିବଶଙ୍କର ଜେନା
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୮ ହଜାର ୩୫୦ ଟଙ୍କା ଦାନ କଲେ ଚା’ ଦୋକାନୀ ଶିବଶଙ୍କର ଜେନା

March 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମାଜସେବୀ ତଥା ଚା’ ଦୋକାନୀ ଶିବ ଶଙ୍କର ଜେନା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୮ ହଜାର ୩୫୦ ଟଙ୍କା ଦାନ କରିଛନ୍ତି। ଏଠାରେ ପ୍ରକାଶ ଥାଉକି କି ଗତ କିଛିଦିନ ତଳେ ବିଏମ୍‌ସି ଏବଂ ବିଡ଼ିଏ କର୍ତ୍ତୃପକ୍ଷ ମିଳିତ ଭାବେ ଶିବଶଙ୍କରଙ୍କ ଆଚାର୍ଯ୍ୟ ବିହାର ଆରଟିଓ ଅଫିସ୍ ନିକଟରେ ଥିବା ଚା’ ଦୋକାନଟିକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଥିଲେ। ଚା’ ଦୋକାନକୁ ହରାଇବା ପରେ ଶିବଶଙ୍କର ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ମୁଖ୍ୟମନ୍ତ୍ରୀ ଶିବଶଙ୍କରଙ୍କ ବିଷୟରେ ଶୁଣିବା ପରେ ତାଙ୍କୁ ଚା’ ଦୋକାନ କରିବାକୁ ବିଏମ୍‌ସିକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଶିବଶଙ୍କର ପୁନର୍ବାର ଆରଟିଓ ଅଫିସ୍ ନିକଟରେ ନୂତନ ଚା’ ଦୋକାନ କରିଥିଲେ ଏବଂ ତାଙ୍କ ମନରେ ଗୋଟିଏ ଅବଶୋଷ ଥିଲା ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଚା’ ଦୋକାନ ଫେରିପାଇଥିବାରୁ, ଚା’ ଦୋକାନରୁ ଲାଭ କରୁଥିବା ଅର୍ଥକୁ ସେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିବେ। ଏଥିସହିତ ମହାମାରୀ କରୋନା ଯୋଗୁ ଶିବଶଙ୍କରଙ୍କୁ ୯ ମାସର କୋଭିଡ଼ ସହାୟତା ମିଳିଥିବା ୬ ହଜାର ୭ଶହ ଟଙ୍କା ଏବଂ ନିଜ ଚା’ ଦୋକାନରୁ ଆୟ କରିଥିବା ଅର୍ଥକୁ ମିଶାଇ ମୋଟ ୧୮ ହଜାର ୩୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଶିବଶଙ୍କର ଶୁକ ବିହାର ବସ୍ତିରେ ଦୀର୍ଘଦିନ ରହି ଆଚାର୍ଯ୍ୟ ବିହାର ଆରଟିଓ ଅଫିସ୍ ସମ୍ମୁଖରେ ଚା’ ଦୋକାନ କରି ନିଜର ଗୁଜୁରାଣ ମେଣ୍ଟାଇବା ସହିତ ଗରିବ ଅସହାୟ ଲୋକମାନଙ୍କୁ ସହଯୋଗର ହାତ ବଢାଇ ଆସୁଥିଲେ। ଶିବଶଙ୍କର ରହୁଥିବା ବସ୍ତି ସମେତ ରାଜଧାନୀର ଅନ୍ୟାନ୍ୟ ବସ୍ତିମାନଙ୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଧାରାରେ ପ୍ରଭାବିତ ହୋଇ ଶିବଶଙ୍କର ଜଣେ ଚା ଦୋକାନୀ ତଥା ଜଣେ ବାସ୍ତିବାସନ୍ଦା ଭାବେ ସେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏହି ଟଙ୍କା ଦାନ କରିଛନ୍ତି ବୋଲି ପ୍ରକାଶ କରିଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ସମାଜସେବୀ ତଥା ବସ୍ତିନେତା ପ୍ରତାପ ସାହୁ, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ କୁମାର ମହାନ୍ତି, କଟକ ଉଚ୍ଚ ନ୍ୟାୟାଳୟର ଆଡ଼ଭୋକେଟ ଲକ୍ଷ୍ମୀଧର ପଣ୍ଡା, ଗାନ୍ଧୀଆନ ନେତା ସନାତନ ବେହେରା, ଲକ୍ଷ୍ମୀଧର ମହାଭୋଇଙ୍କ ସମେତ ବହୁ ସମାଜସେବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶିବଶଙ୍କରଙ୍କ ଏତାଦୃଶ କାର୍ଯ୍ୟକଳାପକୁ ଭୂୟସୀ ପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ସମାଜସେବୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Latest News

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.